ଅକ୍ଟୋବର ୨ରୁ ପ୍ଲାଷ୍ଟିକ ବ୍ୟାନ୍‌: ମନ୍ତ୍ରୀ

ଭୁବନେଶ୍ୱର, ୧୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ସାରା ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ୍‌ ହେବ। ସହରାଞ୍ଚଳ ସମେତ ରାଜ୍ୟରେ ବ୍ୟାନ୍‌ ହେବ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍‌। ମଙ୍ଗଳବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଏହା କାର୍ଯ୍ୟକାରୀ ହେବ।
ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ ଦିନ ପ୍ଲାଷ୍ଟିକ ବ୍ୟାନ୍‌ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ।

Share