ନୂଆଦିଲ୍ଲୀ,୨୨।୭: ଅଗଷ୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଭୁଟାନ ଗସ୍ତରେ ଯିବେ। ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଏହି ଗସ୍ତର ଲକ୍ଷ୍ୟ ବୋଲି ପିଏମ୍ଓ ପକ୍ଷରୁ କୁହାଯାଇଛି। ଏହି ଗସ୍ତ ସମୟରେ ଦୁଇଦେଶ ମଧ୍ୟରେ କେତେକ ଦ୍ୱିପାକ୍ଷିକ ଚୁକ୍ତି ସ୍ବାକ୍ଷର ହେବାର ସମ୍ଭାବନା ରହିଛି। ୨୦୧୪ରେ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମେ ଭୁଟାନ ଗସ୍ତରେ ଯାଇଥିଲେ।