Advertisement

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ: ଲକ୍ଷାଧିକ ସମ୍ପତ୍ତି ନଷ୍ଟ

ଛତିଆ,୧୨।୯(ଡି.ଏ.ଏନ.): ଯାଜପୁର ଜିଲାର ବଡଚଣା ବ୍ଲକ ଅନ୍ତର୍ଗତ ଛତିଆ ପଞ୍ଚାୟତର ଅମରାବତୀ ପାଟଣା ଗଁ।ର ଏକ ଦୋକାନରେ ବୁଧବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଉକ୍ତ ଗଁ।ର ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଦୋକାନରେ ଅଗ୍ନିକାଣ୍ଡ ଘଟିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଏବେ ବି ଅସ୍ପଷ୍ଟ ରହିଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share