Categories: ଜାତୀୟ

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କୁ ଏବେ ଆଇସିୟୁରେ ରଖାଯାଇଛି। ସୂଚନାଯୋଗ୍ୟ, ଗୁରୁବାର ବିଳମ୍ବିତ ରାତିରେ ଅଜିତ ଯୋଗୀଙ୍କ ଅଚାନକ ସ୍ବାସ୍ଥାବସ୍ଥା ଖରାପ ହୋଇଯାଇଥିଲା। ସେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଡାକ୍ତରମାନେ ପ୍ରକାଶ କରିଛନ୍ତି।

Share