ଲକ୍ଷ୍ନୌ,୨୧।୧୨: ଡିସେମ୍ବର ୨୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତିର ଲୋକାର୍ପଣ କରାଯିବ। ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଲୋକଭବନରେ ଅଟଳବିହାରୀଙ୍କ ୨୫ ଫୁଟ ଉଚ୍ଚା କାଂସ୍ୟ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପାଇଁ ଡିସେମ୍ବର ୨୩ଠାରୁ ୨୫ ପର୍ଯ୍ୟନ୍ତ ଏକ ଉତ୍ସବ ଆୟୋଜନ କରାଯାଉଛି। ପ୍ରତିମୂର୍ତ୍ତି ଲୋକାର୍ପଣ ଉତ୍ସବରେ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଯୋଗଦେବେ।