ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିକ୍ଷୋଭ ପ୍ରଦର୍ଶନ ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

Share