ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ବିରୋଧୀ କହିଲେ ଲୋକଦେଖାଣିଆ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ଅଭିଯୋଗରେ ଶୁକ୍ରବାର ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇ ଜଣଙ୍କୁ ବରଖାସ୍ତ କରିଥିଲେ। ନିକଟରେ ସରକାର ଅନେକ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିସାରିଛନ୍ତି। ରାଜ୍ୟ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ଏହି ପ୍ରୟାସ କରାଯାଉଥିବା କୁହାଯାଇଛି। ହେଲେ ବିରୋଧୀ ଏପରି ପଦକ୍ଷେପକୁ ‘ଧର୍ମକୁ ଆଖିଠାର’ ବୋଲି କହିଛନ୍ତି। ତୃଣମୂଳସ୍ତରୀୟ ପ୍ରଶାସନିକ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି, କିନ୍ତୁ ବଡ଼ ଦୁର୍ନୀତିଗ୍ରସ୍ତ ଅଫିସରଙ୍କୁ ଛାଡ଼ି ଦିଆଯାଉଥିବା ବିରୋଧୀ ଅଭିଯୋଗ କରିଛନ୍ତି। ଅପରପକ୍ଷରେ ଏପରି ଅଭିଯୋଗକୁ ଶାସକ ଦଳ ପକ୍ଷରୁ ଖଣ୍ଡନ କରାଯାଇଛି। ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ, ସରକାର ବଡ଼ମାଛଙ୍କୁ ଧରୁନାହାନ୍ତି। ସେମାନଙ୍କୁ ପ୍ରଶ୍ରୟ ଦେଉଛନ୍ତି, ଲୋକଦେଖାଣିଆ ଭାବେ କେତେଜଣ ତଳିଆ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଉଛନ୍ତି। ତେଣୁ ସରକାର ଦୁର୍ନୀତିଗ୍ରସ୍ତ ବଡ଼ବାବୁମାନଙ୍କୁ ଧରନ୍ତୁ ବୋଲି ପୃଥ୍ବୀରାଜ କହିଛନ୍ତି। କଂଗ୍ରେସ ମଧ୍ୟ ସରକାରଙ୍କ ଏପରି କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିଛି। ପୂର୍ବତନ ପିସିସି ସଭାପତି ଜୟଦେବ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଦୁର୍ନୀତିରେ ବୁଡ଼ି ରହିଛନ୍ତି। ଉପରକୁ ନିଜର ସ୍ବଚ୍ଛ ଚେହେରା ଦେଖାଇବା ପାଇଁ ଏପରି କାର୍ଯ୍ୟ କରୁଛନ୍ତି। ତଳିଆ କର୍ମଚାରୀଙ୍କ ଭଳି ଅସାଧୁ ବଡ଼ ଅଧିକାରୀଙ୍କ ବିରୋଧରେ କେବେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଜୟଦେବ ପ୍ରଶ୍ନ କରିଛନ୍ତି। ଅପରପକ୍ଷରେ ବିଜେଡି ଗଣମାଧ୍ୟମ ସଂଯୋଜକ ସସ୍ମିତ ପାତ୍ର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସସ୍ମିତ କହିଛନ୍ତି ଯେ, ଆଗକୁ ବିଜେପୁର ଉପନିର୍ବାଚନ ରହିଛି। ଲଗାତର ବିକାଶମୂଳକ କାର୍ଯ୍ୟ ସହ ଦୁର୍ନୀତିଖୋରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସରକାରଙ୍କୁ ଅଧିକ ଲୋକପ୍ରିୟ କରିଛି। ତେଣୁ ଉପନିର୍ବାଚନରେ ନିଶ୍ଚିତ ପରାଜୟ ଜାଣି ଭାଜପା ଏପରି ସବୁ ମନ୍ତବ୍ୟ ଦେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ର କାର୍ଯ୍ୟକାରିତା ପ୍ରଶାସନକୁ ଆହୁରି ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri