Categories: ଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର, ୮।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି। ସ୍ଥାନୀୟ ନୌଗାମ୍‌ ଶାହବାଦ୍‌ ଅଞ୍ଚଳରେ ୨-୩ ଜଣ ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀ ଏଠାରେ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମ ସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାର୍କମୀଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିଲା। ମୃତ ଆତଙ୍କବାଦୀଙ୍କ ନାମ ମହମ୍ମଦ ଇକବାଲ୍‌ ବୋଲି କୁହାଯାଉଛି। ସେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନ ସହିତ ଜଡିତ ଥିଲେ।

Share