ଅନୁଗୋଳ ଅଫିସ, ୨୬।୪- ଅନୁଗୋଳକୁ ଡରାଇଲାଣି ସ୍ବାଇନ ଫ୍ଲୁ। ହଠାତ୍ ଏଭଳି ମାରାତ୍ମକ ରୋଗ ଆସିବା ଓ ଦୁଇ ଜଣଙ୍କ ଜୀବନ ନେବା ପରେ ସହରବାସୀ ଛାନିଆ ହୋଇପଡ଼ିଛନ୍ତି। ତେବେ ଅନୁଗୋଳରେ ଏପରି ରୋଗ ସମ୍ପର୍କରେ ମେଡିକାଲ–କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସ୍ପଷ୍ଟ ସୂଚନା ନାହିଁ। କେବଳ ଶୁଣିବାକୁ ପାଇଛନ୍ତି ବୋଲି ଏଡିଏମ୍ଓ ମେଡିକାଲ ଲକ୍ଷ୍ମୀଧର ବିଶୋଇ କହିଛନ୍ତି।
୨୦୧୭ରେ ଅନୁଗୋଳ ଜିଲାରେ ସ୍ବାଇନ ଫ୍ଲୁ ନେଇ ସାଧାରଣରେ ଭୟ ସୃଷ୍ଟି ହୋଇଥିଲା। କିନ୍ତୁ ଏଥିରେ କେହି ଜଣେ ବି ଆକ୍ରାନ୍ତ ହୋଇ ନ ଥିଲେ। ଚଳିତବର୍ଷ ଏହି ରୋଗରେ ଏକ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ଘର ଜିଲା ବାହାରେ ହୋଇଥିବାବେଳେ ସେମାନେ ଅନୁଗୋଳ ସହରାଞ୍ଚଳରେ ରହୁଥିଲେ। ଚଳିତ ସାଧାରଣ ନିର୍ବାଚନ ପାଇଁ ବରଗଡ଼ ଯାଇଥିବା ସ୍ବାମୀ ଫେରିବା ପରେ ଅସୁସ୍ଥ ହୋଇପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଅନୁଗୋଳର ଏକ ନର୍ସିଂହୋମ୍ରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଭୁବନେଶ୍ୱର ପଠାଇ ଦିଆଯାଇଥିଲା। ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ରକ୍ତ ପରୀକ୍ଷା ପରେ ସେ ସ୍ବାଇନ୍ ଫ୍ଲୁରେ ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଘଟଣାର ୨ ଦିନ ପରେ ତାଙ୍କ ସ୍ତ୍ରୀଙ୍କର ମଧ୍ୟ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁ ଘଟିଥିଲା। ଏହା ଜଣାପଡ଼ିବା ପରେ ଜିଲା ମେଡିକାଲ କର୍ତ୍ତୃପକ୍ଷ ମୃତକଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଇଥିବା ସୂଚନା ମିଳିିଛି। ଅନ୍ୟପକ୍ଷରେ ମେଡିକାଲରେ ଏକ ସ୍ପେଶାଲ ୱାର୍ଡ ଖୋଲାଯାଇଛି। କିନ୍ତୁ ସହରବାସୀଙ୍କୁ ଏ ନେଇ ସଚେତନ କିମ୍ବା ସତର୍କ କରାଯାଇ ନ ଥିବାରୁ ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଅନୁଗୋଳ ଏଡିଏମ୍ଓ ହେଲ୍ଥ ରାଜେଶ ସାହୁ କହିଛନ୍ତି, ମୃତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୯ ଜଣ ବ୍ୟକ୍ତିଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଲୋକଙ୍କ ପାଇଁ ପ୍ରିଭେଣ୍ଟିଭ ମଗାଯାଇଛି। ଖୁବ୍ଶୀଘ୍ର ଏହି ରୋଗ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବ। ତେବେ ଡାକ୍ତର ଓ କର୍ମଚାରୀମାନଙ୍କୁ ମାସ୍କ ପିନ୍ଧିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଏଡିଏମ୍ଓ ମେଡିକାଲ ବିଶୋଇ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ରାଜ୍ୟ View All
ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି
ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...
୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର
ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...
ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ
କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...
ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା…
ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
Archives


