Advertisement

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ଲଦାଖ ଗସ୍ତ କରିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬।୮: ଆସନ୍ତା ୨୯ ତାରିଖରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଲଦାଖ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରତିରକ୍ଷା ମନ୍ତ୍ରୀଙ୍କର ଏହା ପ୍ରଥମ ଉଚ୍ଚ ସ୍ତରୀୟ ଗସ୍ତ ହେବ ବୋଲି କୁହାଯାଉଛି। ଏହି ଗସ୍ତ ସମୟରେ ରାଜନାଥ ଶାନ୍ତି ପ୍ରତିଷ୍ଠା ପାଇଁ ଉଭୟ ସ୍ଥାନୀୟ ଜନତା ଓ ସେଠାରେ ମୁତୟନ ଥିବା ସେନା ଅଧିକାରୀଙ୍କ ସହ କଥା ହେବେ ବୋଲି ଅନୁମାନ କରାଯାଉଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସେଠାରେ ଶାନ୍ତିର ବାତାବରଣ ବଜାୟ ରଖିବାକୁ କୌଣସି ନେତାଙ୍କୁ ଗସ୍ତ କରିବାକୁ ଅନୁମତି ଦିଆଯାଉ ନ ଥିଲା। ଏମିତିକି ଦୁଇ ଦିନ ତଳେ ରାହୁଲ ଗାନ୍ଧୀଙ୍କ ସମେତ କଂଗ୍ରେସର ପ୍ରାୟ ୧୨ ଜଣ ନେତା ଜମ୍ମୁ ଗସ୍ତ କରିଥିବା ସମୟରେ ସେମାନଙ୍କୁ ବିମାନ ବନ୍ଦରରୁ ଫେରାଇ ଦିଆଯାଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share