Advertisement

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ ବାରପୋରାର ମାଲମାପାନ୍‌ପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ ଆରମ୍ଭ ହୋଇଥିଲା। ଏହି ମିଳିତ ଅପରେଶନ୍‌ରେ ସେନାର ୨୨-ଆର୍‌ଆର୍‌, ଏସ୍‌ଓଜି ଏବଂ ସିଆର୍‌ପିଏଫ୍‌ ଯବାନ ଅଂଶଗ୍ରହଣ କରିଛନ୍ତି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share