‘ଅମ୍ଫନ୍‌’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା

ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ଦକ୍ଷିଣ ପୂର୍ବ ଦିଗରେ ୧୦୪୦ କି.ମି. ଏବଂ ପଶ୍ଚିମବଙ୍ଗର ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗ ଦୀଘା ଠାରୁ ୧୨୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ବାତ୍ୟା ଅମ୍ଫନ୍‌ ଘଣ୍ଟା ପ୍ରତି ୨୦ କି.ମି. ବେଗରେ ଉପକୂଳ ଆଡ଼କୁ ମୁହାଁଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ। ଏହାର ୨୪ ଘଣ୍ଟା ପରେ ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଝଡ଼ ଅଧିକ ବଳ ଗୋଟାଇ ଆସନ୍ତା ୧୭ ତାରିଖରେ ଉତ୍ତର, ଉତ୍ତର ପଶ୍ଚିମ ଦିଗ ଦେଇ ଗତି କରିବ। ପରେ ଏହା ଉତ୍ତର, ଉତ୍ତର ପୂର୍ବ ଦିଗକୁ ଗତିକରି ଆସନ୍ତା ୧୮ରୁ ୨୦ ତାରିଖ ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ଦୀଘା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ସ୍ଥଳଭାଗ ଅତିକ୍ରମ କରିବା ବେଳେ ଏହାର ବେଗ ଘଣ୍ଟା ପ୍ରତି ୧୮୦ରୁ ୨୦୦ କି.ମି. ହେବ ବୋଲି ଅନୁମାନ କରାଯାଇଛି। ଅବପାତ ଯୋଗୁ ସମୁଦ୍ରରେ ୪୫ରୁ ୫୫ ଏବଂ ବେଳେ ବେଳେ ୬୫ କି.ମି.ବେଗରେ ପବନ ବହୁଛି। ଶନିବାର ମଧ୍ୟରାତ୍ର ସୁଦ୍ଧା ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି. ରହିବ। ବାତ୍ୟାରେ ପରିଣତ ହେବା ପରେ ଅମ୍ଫନ୍‌ର ବେଗ କ୍ରମଶଃ ବୃଦ୍ଧି ପାଇବ। ୧୭ ତାରିଖରେ ଏହା ଭୟଙ୍କର ବାତ୍ୟାରେ ପରିଣତ ହେବ। ଏହି ସମୟରେ ଏହାର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କି.ମି. ରହିବ ବୋଲି ଅନୁମାନ କରାଯାଇଛି। ୧୮ ତାରିଖରେ ଏହା ଆହୁରି ଭୟଙ୍କର ସାମୁଦ୍ରିକ ଝଡ଼ରେ ରୂପାନ୍ତର ହେବାର ସମ୍ଭାବନା ରହିଛି। ୧୮ ତାରିଖ ସନ୍ଧ୍ୟାରେ ଏହାର ବେଗ ଘଣ୍ଟାପ୍ରତି ୧୩୫ରୁ ୧୬୦କି.ମି. ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୧୯ ତାରିଖ ମଧ୍ୟରାତ୍ର ସୁଦ୍ଧା ଏହା ଅତ୍ୟନ୍ତ ଭୟଙ୍କର ବାତ୍ୟାରେ ପରିଣତ ହେବ। ସେତେବେଳେ ଏହାର ବେଗ ଘଣ୍ଟାପ୍ରତି ୧୮୦ରୁ ୨୦୦ କି.ମି. ରହିବା ନେଇ ପୂର୍ବାନୁମାନ  କରାଯାଉଛି। ସ୍ଥଳଭାଗ ଛୁଇଁବା ପରେ ବାତ୍ୟାର ବେଗ ଧୀରେ ଧୀରେ ହ୍ରାସ ପାଇବ। ତେବେ ବାତ୍ୟା ଅମ୍ଫନ୍‌ ନିର୍ଦ୍ଦିଷ୍ଟ ଭାବେ କେଉଁଠି ମାଡ଼ ହେବ ସେ ନେଇ ରବିବାର ସ୍ପଷ୍ଟ କରାଯିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।
ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନ ପଡ଼ିଲେ ମଧ୍ୟ ଉପକୂଳ ଦେଇ ଅତିକ୍ରମ କରୁଥିବାରୁ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ। ଏଥିଲାଗି ଗଜପତି, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜ ଆଦି ୧୨ଟି ଜିଲା ପାଇଁ ରେର୍ଡ ଆଲର୍ଟ ଜାରି କରାଯାଇଛି।
ବାତ୍ୟା ପ୍ରଭାବରେ ଆସନ୍ତା ୧୮ ତାରିଖ ସନ୍ଧ୍ୟାରୁ ଗଜପତି, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାତ୍ୟା ଉପକୂଳମୁହାଁ ହୋଇଥିବାରୁ ୧୯ ତାରିଖରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୨୦ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଏବଂ ଉତ୍ତର ଓଡ଼ିଶା ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ସମୁଦ୍ରକୁ ନ ଯିବାଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ଗୋପାଳପୁର, ପାରାଦୀପ, ଚାନ୍ଦବାଲି ଓ ପୁରୀକୁ ଏକ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା...

ସମୁଦ୍ରମୁହାଁ ଅଲିଭରିଡଲେ ଶାବକ ଦେଖିଲେ ରାଜ୍ୟପାଳ

ଛତ୍ରପୁର,୧୩ା୪(ସନ୍ତୋଷ ପାଢ଼ୀ ):ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି ରବିବାର ଗଞ୍ଜାମ ଜିଲା ଗସ୍ତରେ ଆସି ସେ ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ତଦାରଖ କରିଥିଲେ। ଏହି...

ବନ୍ଧୁକ ସହ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୧୩ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ବାଇବାଲିର ପଞ୍ଚାନନ ନାଇକଙ୍କୁ ଏକ ହତ୍ୟା ଧମକ ମାମଲାରେ ଗିରଫ କରିଛନ୍ତି। ଏଥିସହ ତାଙ୍କଠାରୁ ପୋଲିସ...

ମୁର୍ଶିଦାବାଦ ହିଂସା ପାଇଁ ମୋଦି, ଯୋଗୀ, ଶାହା ଦାୟୀ: ଟିଏମସି ବିଧାୟକ

ଚେନ୍ନାଇ,୧୩।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ନୂତନ ୱାକଫ ଆଇନ ବିରୋଧରେ ବଡ଼ ଧରଣର ହିଂସା ଘଟିଛି। ଯେଉଁଥିରେ ୩ ଜଣ ପ୍ରାଣ ହରାଇଥିଲା ବେଳେ ଅନେକ ଆହତ...

ଜଣାପଡ଼ିଲା କେଉଁ ଫୋନ ବ୍ୟବହାର କରୁଛନ୍ତି ବିରାଟ କୋହଲି, ଜାଣନ୍ତୁ ଏହାର ମୂଲ୍ୟ

ନୂଆଦିଲ୍ଲୀ,୧୩।୪: ଭାରତୀୟ କ୍ରିକେଟ ଟିମ୍‌ର ଷ୍ଟାର ଖେଳାଳି ବିରାଟ କୋହଲି କେବଳ ତାଙ୍କର ଚମତ୍କାର ଖେଳ ପାଇଁ ନୁହେଁ ବରଂ ତାଙ୍କର ଜୀବନଶୈଳୀ ଏବଂ ଗ୍ୟାଜେଟ...

୮ଟି ଶ୍ରେଣୀକୁ ୫ କୋଠରି, ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୧୩ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଶିକ୍ଷାଦାନ କ୍ଷେତ୍ରରେ ବହୁ ଅବହେଳା ହେଉଛି। ଇତିମଧ୍ୟରେ ଗଣଶିକ୍ଷା ଓ ବିଦ୍ୟାଳୟ ମନ୍ତ୍ରୀ କେସିଙ୍ଗା ପରିଦର୍ଶନ ଆସି...

ଶ୍ରମିକଙ୍କୁ ଲେବର କାର୍ଡ ବଣ୍ଟନ କଲେ ବିଧାୟକ, ଏଣିକି ମିଳିବ ଏସବୁ ସୁବିଧା

କେନ୍ଦୁଝର,୧୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନରୁ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନରଣପୁର ପଞ୍ଚାୟତର ବ୍ୟକ୍ତି ସେମାନେ ଲେବର କାର୍ଡ ପାଇବାରୁ ବଞ୍ଚିତ ହୋଇଥିଲେ। ଯାହା ଫଳରେ...

NIA କଷ୍ଟଡିରେ କେମିତି କଟୁଛି ରାଣାଙ୍କ ଦିନ? କରୁଛନ୍ତି ମାତ୍ର ୩ଟି ଜିନିଷ ଡିମାଣ୍ଡ

ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ଜାତୀୟ ତଦନ୍ତ ସଂସ୍ଥା (NIA) ର ହେପାଜତରେ ତହଉର ରାଣା କିପରି ଦିନ ବିତାଉଛନ୍ତି, ଏହା ଏପରି ଏକ ପ୍ରଶ୍ନ ଯାହା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image