‘ଅମ୍ଫନ’ ମୁକାବିଲା ପାଇଁ ଉଚ୍ଚ ସ୍ତରୀୟ ବୈଠକ ଡାକିଲେ ମୋଦି

ନୂଆଦିଲ୍ଲୀ,୧୮।୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଏହାର ଆଖାପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଭୟଙ୍କର ସାମୁଦ୍ରିକ ଝଡ଼ର ରୂପ ନେଇସାରିଛି। ଏହାର ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଏକ ଉଚ୍ଚ ସ୍ତରୀୟ ବୈଠକ ଡକାଇଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରଣାଳୟ ଓ ନ୍ୟାଶନାଲ ଡିଜାଷ୍ଟର ମ୍ୟାନେଜମେଣ୍ଟ ଅଥରିଟି(ଏନ୍‌ଡିଏମ୍‌ଏ)ସହ ଏହି ବୈଠକ ଅପରାହ୍ନ ୪ରେ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ଘୂର୍ଣ୍ଣିଝଡ଼ ‘ଅମ୍ଫନ’ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ସୁପର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ଜାତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏହା ୨୦ ତାରିଖରେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟଭାଗରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

Share