ଅସିତ୍‌ ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନର ଭାବେ ଆଦିତ୍ୟ ପ୍ରସାଦ ପାଢୀଙ୍କୁ ନୂଆ ଦାୟିତ୍ୱ ମିଳିବା ପରେ ଅସିତ୍‌ ତ୍ରିପାଠୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ ଅଫିସର ଅସିତ ତ୍ରିପାଠୀ ଏବେ ଗୃହ ସଚିବ ଓ କେବିକେ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି । ସେହିପରି ସୁରେଶ ମହାପାତ୍ରଙ୍କୁ ଉନ୍ନୟନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ତାଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ରୂପେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପ୍ରଦୀପ୍ତ ମହାପାତ୍ର କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ଦିଆଯାଇଛି। ଆସନ୍ତା ୧୯ରୁ ନୂଆ ନିଯୁକ୍ତି କାର୍ଯ୍ୟକାରୀ ହେବ ବୋଲି ଜଣାପଡିଛି।