ଆଇଆର୍‌ବି ବାଟାଲିୟନରେ ପୋଲିସ ପ୍ରତିଷ୍ଠା ଦିବସ

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ୮ମ ସଂରକ୍ଷିତ ବାହିନୀ ତରଫରୁ ମଙ୍ଗଳବାର ଉତ୍କଳ ଦିବସ ସହ ୯୦ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ସ୍ବତନ୍ତ୍ର ଭାରତ ସଂରକ୍ଷିତ ବାହିନୀର ଦୁର୍ଗପତି ସୁଧାକର ମିଶ୍ର ମୁଖ୍ୟ ଅତିଥି ଭାବରେ ମଞ୍ଚାସୀନ ହୋଇ ପ୍ୟାରେଡ ପରିଦର୍ଶନ କରିବା ସହ ମାନ୍ୟବର ଓଡ଼ିଶା ରାଜ୍ୟପାଳ ଏବଂ ମୁଖମନ୍ତ୍ରୀଙ୍କ ବାର୍ତ୍ତାକୁ ପଠନ କରିଥିଲେ। ଏହାପରେ ଦୁର୍ଗପତି ସୁଧାକର ମିଶ୍ର ବାଟାଲିୟନର ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ ଶ୍ରେଷ୍ଠ ବିବେଚିତ ହୋଇଥିବା ୩ ଜଣ କର୍ମଚାରୀ ଉପନିରୀକ୍ଷକ ଲଷ୍ମୀକାନ୍ତ ନାୟକ, ହାବିଲଦାର ପ୍ରମୋଦ କୁମାର ଜେନା, ଯବାନ ଅରୁଣ କୁମାର ଡାକୁଆଙ୍କୁ ସମ୍ମାନିତ କରିଥିଲେ। ଉପଦୁର୍ଗପତି ଲଳିତ କୁମାର ବାଘ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ସହକାରୀ ଦୁର୍ଗପତି ମନୋରଞ୍ଜନ ତରାଇ, ସହକାରୀ ଦୁର୍ଗପତି ସନ୍ତୋଷ ସାହୁ, ଅତିଶ କୁମାର ସାହୁ, ନିରୀକ୍ଷକ ଅମିତ କୁମାର ଏକ୍କା, ବିଜୟ କହଁର, ଉପନିରୀକ୍ଷକ ଗୋପାଳ ଚନ୍ଦ୍ର ପ୍ରଧାନ, ଲକ୍ଷ୍ମୀକାନ୍ତ ନାୟକ, ଶିବବ୍ରତ ବେହେରା, ଗିରିଶ ଚନ୍ଦ୍ର ମାଝୀ, ବରିଷ୍ଠ ହାବିଲଦାର ରାଧେଶ୍ୟାମ ପାଣିଗ୍ରାହୀ, କିଶୋର କୁମାର ନାୟକ, ପ୍ରହଲ୍ଲାଦ ରାଉତ, ଲିଙ୍ଗରାଜ ପାଢ଼ୀ, ଅନିଲ କୁମାର ମୋଇନି, ସୁଦାମ ବେହେରା, ଦେବବ୍ରତ ନାୟକ, ଜଗନ୍ନାଥ ବିଷୋୟୀ, ପ୍ରଶାନ୍ତ କୁମାର ଗୌଡ଼, କନଷ୍ଟେବଳ ବଳରାମ ଜେନା, ବିକାଶ କୁମାର ନାୟକ, ଚନ୍ଦ୍ରକାନ୍ତ ମଲ୍ଲିକ, ସାଗର ସେଠି ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri