Categories: ଜାତୀୟ

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶୁକ୍ରବାର ସକାଳୁ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସେହିପରି ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଟୁଇଟରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥିରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ୨୦୧୮ ଅଗଷ୍ଟ ୧୬ରେ ନୂଆଦିଲ୍ଲୀସ୍ଥିତ ଏମ୍ସରେ ସା ୫ଟା ୫ରେ ଅଟଳ ବିହାରୀ ବାଜପେୟୀଙ୍କ ବିୟୋଗ ହୋଇଥିଲା। ତାଙ୍କ ଅସ୍ଥି ଭାରତର ୧୦୦ଟି ନଦୀରେ ବିସର୍ଜନ କରାଯାଇଥିଲା।

Share