ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା ହୋଇଥିବାବେଳେ ଅନୁଗୋଳ, ମାଲକାନଗିରି, ସୋନପୁର, ଗୋପାଳପୁର, ସମ୍ବଲପୁର, ଝାରସୁଗୁଡ଼ାରେ ମଧ୍ୟ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ରବିବାର ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୧୨ତାରିଖ ଦିନ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ଏହାପରେ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି। ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆଶଙ୍କା କରିଛି।

Share