ଆଜି କ୍ୟାବିନେଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରେ ବସିବାକୁ ଥିବା ଏହି ବୈଠକରେ ଯୋଗଦେବା ଲାଗି ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ସମସ୍ତ କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି। କ୍ୟାବିନେଟ୍‌ରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ମଞ୍ଜୁରୀ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି।

Share