ଆଜି ଦୀପାବଳି: ସିଂହଦ୍ୱାର ସମ୍ମୁଖରେ କାଉଁରିଆ ଜାଳିବେ ଶ୍ରଦ୍ଧାଳୁ

ପୁରୀ ଅଫିସ,୨୭ା୧୦: ରବିବାର ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁମାନଙ୍କ ଭିଡ଼ ଜମିବ। ମହାପ୍ରଭୁଙ୍କୁ ଦର୍ଶନ କରି ବାଇଶି ପାହାଚରେ ପୟାଶ୍ରାଦ୍ଧ କରିବା ପରେ ସିଂହଦ୍ୱାରରେ କାଉଁରିଆ କାଠି ଜାଳି ବଡ ବଡୁଆଙ୍କୁ ଡାକଦେବେ ଅନେକ ଶ୍ରଦ୍ଧାଳୁ। ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁମାନେ ଆସି ଶନିବାରଠାରୁ ପୁରୀରେ ଭିଡ଼ ଜମେଇଲେଣି। ଏଥିଲାଗି ପ୍ରଶାସନ ତରଫରୁ ମଧ୍ୟ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ଏହି ଅବସରରେ ଅନେକ ବାଣ ଫୁଟାଇ ଦୀପାବଳି ମନାଇବେ। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ସଜାଗ ରହିଥିବାବେଳେ ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପ୍ରତ୍ୟେକ ଥାନାକୁ ନିଜ ନିଜ ଅଞ୍ଚଳରେ ପାଟ୍ରୋଲିଂ ପାଇଁ କୁହାଯାଇଛି। ଶ୍ରୀମନ୍ଦିର ଭିତର ଓ ବାହାର ସମେତ ସହରର ବିଭିନ୍ନ ସ୍ଥାନରେ ମୋଟ ୨୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଦୀପାବଳିରେ ଟ୍ରାଫିକ ନିୟନ୍ତ୍ରଣ ଏବଂ ବାଣ ଦୁର୍ଘଟଣାକୁ ଏଡ଼ାଇବା ଲାଗି ସହରର ବିଭିନ୍ନ ସ୍ଥାନରେ ଫୋର୍ସ ମୁତୟନ ହେବେ। ଅନ୍ୟପକ୍ଷରେ ସିଂହଦ୍ୱାରରେ ଶ୍ରଦ୍ଧାଳୁ କାଉଁରିଆ ଜାଳିବାକୁ ଥିବାରୁ ପ୍ରତି ରବିବାର ସକାଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେଉଥିବା ଶ୍ରୀପୁରୁଷୋତ୍ତମ ପ୍ରାର୍ଥନା କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମୀଧର ପୂଜାପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri