ଆଜି ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସୋମବାର ରାଜ୍ୟରୁ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୩୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୨ ଜଣ ଶିଶୁ ବି ଅଛନ୍ତି।

ଆଜି ସମ୍ବଲପୁରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱର, କଟକ, ପୁରୀ ଏବଂ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୩୫ରେ ପହଞ୍ଚିଥିବା ବେଳେ ୧୨,୭୮,୬୫୨ ଜଣ ସୁସ୍ଥ ହୋଇଛନ୍ତି। ୧୦୭ ଜଣ ଚିକିିତ୍ସିତ ହେଉଛନ୍ତି।

Share