ଆଜି ସରିବ ବିଜେପୁର ଉପନିର୍ବାଚନ ପ୍ରଚାର: ଭୋଟରଙ୍କ ମନ ଜିଣୁଛନ୍ତି ଷ୍ଟାର ପ୍ରଚାରକ

ବିଜେପୁର, ୧୯।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ପ୍ରଚାର ଶନିବାର ସନ୍ଧ୍ୟା ସୁଦ୍ଧା ଶେଷ ହେବ। ଷ୍ଟାର ପ୍ରଚାରକମାନେ ପହଞ୍ଚି ମତଦାତାଙ୍କ ମନ ଜିଣୁଥିବା ବେଳେ ତିନିଦଳ ଭିନ୍ନ ଭିନ୍ନ ପନ୍ଥା ଅବଲମ୍ବନ କରୁଥିବା ପରିଲକ୍ଷିତ ହେଉଛି। ନିର୍ବାଚନ ପ୍ରଚାର ଆରମ୍ଭରୁ ଏକାକୀ ବୁଲୁଥିବା କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ କୁମାର ପଣ୍ଡା କର୍ମୀଙ୍କୁ ଧରି ଲୋକଙ୍କ ନିକଟତର ହେବାକୁ ପ୍ରୟାସ କରୁଛନ୍ତି। ଭାଜପା କର୍ମୀମାନେ ବୁଥ୍‌ସ୍ତରର କର୍ମୀଙ୍କ ସହ ମାନସ ମନ୍ଥନ କରୁଛନ୍ତି। ଏହିକ୍ରମରେ ବିଜେଡି ଭିନ୍ନ ପ୍ରୟାସ ଆପଣାଇ ଥିବା ପରିଲକ୍ଷିତ ହେଉଛି। ନବୀନ ସରକାରଙ୍କ ଜନ ହିତକର ଯୋଜନାକୁ ନେଇ ଏକ ପ୍ରଚାର ଗାଡ଼ି ଏହି ବ୍ଲକର ବିଭିନ୍ନ ଗ୍ରାମ ବୁଲୁଛି। ସେହିପରି ନୃତ୍ୟ, ଗୀତ, ମେଲୋଡି ମାଧ୍ୟମରେ ଏକ ପ୍ରଚାର ଗାଡି ରୀତା ସାହୁଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri