Categories: ଜାତୀୟ

ଆତଙ୍କବାଦ ଦମନ ପାଇଁ ସବୁ ଦେଶକୁ ଆଗେଇ ଆସିବାକୁ ପଡିବ

ଓସାକା, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ସବୁ ରାଷ୍ଟ୍ର ଏକ ହେବା ପାଇଁ ଆହ୍ବାନ କରିଛନ୍ତି। ବ୍ରିକ୍ସ ଦେଶର ରାଷ୍ଟ୍ର ପ୍ରତିନିଧି ଉପସ୍ଥିତିରେ ଆୟୋଜିତ ଏକ ବୈଠକରେ ଆତଙ୍କବାଦୀଙ୍କୁ ଦୃଢ଼ ହସ୍ତରେ ଦମନ କରିବାକୁ ସମସ୍ତ ଦେଶକୁ ଏକ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଏହି ବୈଠକରେ ଚାଇନା ରାଷ୍ଟ୍ରପତି ଜିନପିଙ୍ଗ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ, ବ୍ରାଜିଲ ରାଷ୍ଟ୍ରପତି ବୋଲଶୋନାରୋ, ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ରାମଫୋଶ ପ୍ରମୁଖ ଭାଗ ନେଇଥିଲେ।

Share