ଆଦିବାସୀ ନାବାଳିକାଙ୍କୁ ବଳାତ୍କାର

ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ ବଳାତ୍କାର ଅବସ୍ଥାରେ ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗାଁକୁ କାମ ପାଇଁ ଆସିଥିବା ଜନୈକ ଯୁବକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଜିଲା ଶିଶୁ ମଙ୍ଗଳ କମିଟି ମଧ୍ୟ ମେଡିକାଲରେ ପହଞ୍ଚି ଘଟଣାର ଅନୁସନ୍ଧାନ ଆରମ୍ଭ କରିଛି।

Share