ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ: ବଲାଙ୍ଗୀର ବିଜୟୀ

କୋମନା,୧।୧୦(ଡି.ଏନ.ଏ.)
ନୂଆପଡା ଜିଲା କୋମନା ବ୍ଲକ ଉଦ୍ୟାନବନ୍ଧ ଖେଳ ପଡିଆରେ ଜୟ ମା’ ବସ୍ତ୍ରାଣୀ ଫୁଟବଲ କ୍ଲବ ଆନୁକୁଲ୍ୟରେ ଆନ୍ତଃ ଜିଲା ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଟୁର୍ନାମେଣ୍ଟରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାର ପ୍ରତିଷ୍ଠିତ ଫୁଟବଲ ଦଳ ଭାଗ ନେଇଛନ୍ତି। ଉଦ୍‌ଘାଟନୀ ମ୍ୟାଚ ବଲାଙ୍ଗୀର ଓ ଜେମ୍‌ବିଏଫସି କୁରେଶ୍ୱର ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବଲାଙ୍ଗୀର ଦଳ କୁରେଶ୍ୱର ଦଳକୁ ୫-୦ ଗୋଲ ଦେଇ ଏକତରଫା ଭାବେ ବିଜୟ ହାସଲ କରି ପରବର୍ତ୍ତୀ ପର୍ଯ୍ୟାୟକୁ ଉନ୍ନୀତ ହୋଇଛି। ମୁଖ୍ୟଅତିଥି ଭାବେ ସାମାଜିକ କର୍ମୀ ହରିକେଶ ଜାଲ ଯୋଗଦେଇ ଟୁର୍ନାମେଣ୍ଟ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ କୁରେଶ୍ୱର ସରପଞ୍ଚ ଅନନ୍ତ ଚରଣ ସାହୁ, ବଣିକ ସଂଘ ସଭାପତି ଜହରଲାଲ ସୁନାନୀ, ଡାକ୍ତର କୁଲପଦ୍ମ ପଣ୍ଡା, ଶ୍ୟାମ ମାଝି, ରତ୍ନମଣି ତାଣ୍ଡି ପ୍ରମୁଖ ମଞ୍ଚାସୀନ ଥିଲେ। ବଳରାମ ସରାଫ, ମଗଶିର ମଲ୍ଲିକ, ଅମନ ଛତ୍ରିଆ ଓ ଚୁଡାମଣି ନାୟକ ଖେଳ ପରିଚାଳନା କରିଥିବା ବେଳେ ସଞ୍ଜୟ ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍‌ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri