ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ବରିଷ୍ଠ ଭାଜପା ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଥିବା ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ସୂଚନା ପାଇବା ପରେ ବିଶ୍ୱଭୂଷଣ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତେବେ ତାଙ୍କୁ ରାଜ୍ୟପାଳ କରାଯିବା ପଛରେ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏକ ପ୍ରମୁଖ ଭୂମିକା ରହିଛି ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ୧୯୩୪ ମସିହାରେ ଜନ୍ମିତ ବିଶ୍ୱଭୂଷଣ ଭାଜପାର ଜଣେ ତୁଙ୍ଗ ନେତା ଭାବେ ପରିଚିତ। ସେ ବିଜୁ ପଟ୍ଟନାୟକ ଏବଂ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିଲେ। ଏହାସହ ବହୁବାର ରାଜ୍ୟ ଭାଜପା ସଭାପତି, ଭାଜପା ବିଧାୟକ ଦଳର ନେତା ରହିଥିଲେ।

Share