ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ ବିଚାରପତି ପରିଷଦ ପକ୍ଷରୁ ଆୟୋଜିତ ଏକ ସମ୍ମିଳନୀରେ ଯୋଗଦେଇ ରବିଶଙ୍କର ଏହା କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ନିଜର ସୁରକ୍ଷା ପ୍ରତି ସମ୍ପୂର୍ଣ୍ଣ ସଜାଗ ରହିଛି। ଏପରିସ୍ଥଳେ ଯଦି ପାକିସ୍ତାନ କୌଣସି ଭୁଲ ପଦକ୍ଷେପ ନିଏ ତେବେ ତାକୁ ଏହାର ପରିଣାମ ଭୋଗ କରିବାକୁ ପଡ଼ିବ ବୋଲି ସେ ସୂଚନା ଦେଇଛନ୍ତି।