ଆବାସ କାର୍ଯ୍ୟାଦେଶ ପାଇଁ ଲାଞ୍ଚ ମାମଲା: ତଦନ୍ତ କଲେ ଏପିଡି

ପରଜଙ୍ଗ, ୧।୧୧(ଡି.ଏନ.ଏ.)-ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ କାରବାର ହେଉଥିବା ହିତାଧିକାରୀମାନେ ଅଭିଯୋଗ ଆଣିଥିଲେ। ଗୁରୁବାର ଏପିଡି ସରିତା ଷଡ଼ଙ୍ଗୀ, ଓଡ଼ିଶା ଜୀବିକା ମିଶନ ଏପିଡି ମୌସୁମୀ ମହାନ୍ତି, ପିଇଓ ନକୁଳ ବେହେରା ଏହାର ତଦନ୍ତ କରିଛନ୍ତି।
ସୂଚନାଯୋଗ୍ୟ, ହିତାଧିକାରୀ ଲବଙ୍ଗ ବେହେରା, ସୁଶାନ୍ତ ବିଶ୍ୱାଳ, ଅଞ୍ଜଳି ଦେହୁରୀ ପ୍ରମୁଖ ପାଟରପଦା ସରପଞ୍ଚ ଦୁଃଶାସନ ବିଶ୍ୱାଳଙ୍କ ବିରୋଧରେ କାର୍ଯ୍ୟାଦେଶ ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ଆଣିଥିଲେ। ଏହାପରେ ଘଟଣାର ସତ୍ୟାସତ୍ୟ ଜାଣିବାକୁ ଏହାର ତଦନ୍ତ ଆରମ୍ଭ ହୋଇଛି। ଏ ନେଇ ବିଡିଓ ବସନ୍ତ ମଲ୍ଲିକ କୁହନ୍ତି, ଅଭିଯୋଗକାରୀମାନେ ସରପଞ୍ଚଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଏ ନେଇ କୌଣସି ପ୍ରମାଣ ଦେଇନାହାନ୍ତି। ଏହା ଉପରେ ବ୍ଲକ ପ୍ରଶାସନ ପକ୍ଷରୁ ସରପଞ୍ଚଙ୍କୁ କୈଫିୟତ ମଗାଯାଇଥିଲା। ସରପଞ୍ଚ ଏହାର ଉତ୍ତର ରଖିଛନ୍ତି। ଅନ୍ୟପଟେ ହିତାଧିକାରୀ ଲବଙ୍ଗ କୁହନ୍ତି, ସେ ସମ୍ପୂର୍ଣ୍ଣ ବିଲ୍‌ ପାଇସାରିଛନ୍ତି। କାର୍ଯ୍ୟାଦେଶ ଦେବାକୁ ସେ ୨ବର୍ଷ ତଳେ ଟଙ୍କା ଦେଇଥିବା କହିଛନ୍ତି। ସେହିପରି ଅଞ୍ଜଳି କୁହନ୍ତି, ସେ ୧୦ ହଜାର ଟଙ୍କା ଦେଇଥିଲେ। ଉକ୍ତ ଟଙ୍କା ସରପଞ୍ଚ ଫେରାଇ ଦେଇଛନ୍ତି। ହିତାଧିକାରୀଙ୍କ ଅଭିଯୋଗକୁ ନେଇ ସରପଞ୍ଚ ନିଜ ପକ୍ଷ ରଖି କୁହନ୍ତି, ସେ କୌଣସି ଟଙ୍କା ନେଣଦେଣ କାରବାରରେ ସମ୍ପୃକ୍ତ ନାହାନ୍ତି। ତେଣୁ ଟଙ୍କା ଫେରାଇବାର ପ୍ରଶ୍ନ ଉଠୁନାହିଁ । ଅନ୍ୟପଟେ ଅଭିଯୋଗପତ୍ରରେ ଦର୍ଶାଯାଇଥିବା ସାକ୍ଷୀମାନଙ୍କୁ ଡକାଯାଇଥିଲେ ମଧ୍ୟ କେହି ଆସି ନ ଥିବା ଜଣାପଡ଼ିଛି। ସେହିପରି ରେଣ୍ଠାପାଟ ପଞ୍ଚାୟତ ଅନ୍ତର୍ଗତ ପାଣିଗେଙ୍ଗୁଟିଆ ଗ୍ରାମରେ ମଧ୍ୟ ଅନୁରୂପ ଅଭିଯୋଗ ଆସିଥିବାବେଳେ ତଦନ୍ତକାରୀ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ କମିଶନ ଅଧ୍ୟକ୍ଷଙ୍କ ମାଣ୍ଡିପଙ୍କା ଗସ୍ତ, ପୀଡ଼ିତାଙ୍କ ପରିବାରକୁ ଭେଟିଲେ…

ଦାରିଙ୍ଗବାଡି, ୨୭।୧୧ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ୩ ଦିନିଆ ଗସ୍ତରେ ଆସିଛନ୍ତି ଓଡିଶା ରାଜ୍ୟ ଖାଦ୍ୟ କମିଶନ ଇଂ ଅବନୀକାନ୍ତ ସାହୁ। ସେ ପ୍ରଥମେ ଦାରିଙ୍ଗବାଡିରେ...

ଏମ୍‌ସିଏଲ୍‌ର ସମ୍ମାନଜନକ ସମର୍ଥନ ପାଇଲେ କଳାହାଣ୍ଡିର ଯୁବ ଆଥ୍‌ଲେଟ୍‌ ଆକାଶ ମୁଣ୍ଡ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)-ମହାନଦୀ କୋଲଫିଲଡ୍ସ ଲିମିଟେଡ୍‌ (ଏମ୍‌ସିଏଲ୍‌)ର ସମ୍ମାନଜନକ ସମର୍ଥନ ପାଇଛନ୍ତି କଳାହାଣ୍ଡିର ଯୁବ ଆଥେଲେଟ୍‌ ଆକାଶ ରଞ୍ଜନ ମୁଣ୍ଡ। ଏହି ପ୍ରତିଭାବାନ ଆଥଲେଟ୍‌ ଷ୍ଟେଟ...

ପ୍ରେମିକା ନାବାଳିକା ଥିଲେ ବୋଲି ଯିବାକୁ ପଡ଼ିଥିଲା ଜେଲ, ଏବେ ସିଡବ୍ଲୁସିର ହସ୍ତକ୍ଷେପ ପରେ ବିବାହ କଲେ ପ୍ରେମୀ ଯୁଗଳ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଶିଶୁ ମଙ୍ଗଳ ସମିତି (ସିଡବ୍ଲୁସି)ର ହସ୍ତକ୍ଷେପ ପରେ ଦୁଇ ପ୍ରେମୀ ଯୁଗଳ ଏକାଠି ହୋଇ ବିବାହ ହୋଇଛନ୍ତି। ଏ...

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ

ବେଗୁନିଆପଡ଼ା ,୨୭।୧୧(ସୁଶାନ୍ତ କୁମାର ପଟ୍ଟନାୟକ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଗଞ୍ଜାମ ଜିଲା ବେଗୁନିଆପଡା ସିଡିପିଓ ସାରାଣୀ ପାଣିଗ୍ରାହୀ। ୧୨ ହଜାର ଟଙ୍କା ଲାଞ୍ଚ...

୯ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ

ମୋହନା,୨୭।୧୧( ମନ୍ମଥ ମିଶ୍ର): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡାଙ୍କ ନିର୍ଦ୍ଦେଶରେ ଅପରେସନ ଗ୍ରୀନ କ୍ଲିନ୍‌ । ଅଡ଼ବା ଥାନା ଅନ୍ତର୍ଗତ ଗୁଲୁବା...

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ...

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ୧୦ ଜଣଙ୍କଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ

ଯାଜପୁର,୨୭।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ୧୦ ଜଣଙ୍କଙ୍କ ଙ୍କ ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି। ଜିଲ୍ଲା ଦୌରାଜଜ୍‌ ଏହି ଶୁଣାଣିକୁ...

ଆର୍ଥିକ ସହାୟତା ଅପେକ୍ଷାରେ ସୁସ୍ମିତା, ଆଜି ବି ସ୍ବପ୍ନ ଅଛି ଡାକ୍ତର ହେବେ

ଦାରିଙ୍ଗବାଡି,୨୭।୧୧(ଅରୁଣ ସାହୁ): ଡାକ୍ତରୀ ପାଠ ପଢି ନିଜ ଅଞ୍ଚଳ ରୋଗୀଙ୍କ ସେବା କରିବାକୁ ଇଚ୍ଛା ରଖିଛନ୍ତି କନ୍ଧମାଳ ଜିଲା ଦାରିଙ୍ଗବାଡି ଗୌଡ଼ ସାହିର ଛାତ୍ରୀ ସୁସ୍ମିତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri