Categories: ଭଦ୍ରକ

ଆବାସ ଯୋଜନାରେ ଅନିୟମିତତା: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ପଦ୍ମପୁର,୧୩।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ପଦ୍ମପୁରର ସାନକୃଷ୍ଣପୁର ପଞ୍ଚାୟତରେ ଆବାସ ଯୋଜନାରେ ଅନିୟମିତତା ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ଗୁରୁବାର ଗ୍ରାମବାସୀ ତାଲା ପକାଇ ଦେଇଛନ୍ତି। ଏଥିସହ ସରପଞ୍ଚ ଓ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଘେରାଉ କରିଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ଧାରଣା ଜାରି ରହିଛି।