ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟରେ ହାଜର ହୋଇ କହିଥିଲେ, ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ଏବଂ ଏବେବି ଆଉ ୧୦ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିବା ବାକି ଅଛି। ସଲିସିଟର ଜେନେରାଲଙ୍କ ଯୁକ୍ତି ଶୁଣିବା ପରେ ଜଷ୍ଟିସ୍ ଏନ୍.ଭି. ରମାନା ଏବଂ ଅଜୟ ରସ୍ତୋଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଶାରାମଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଆଶାରାମ ଓ ତାଙ୍କ ପୁଅ ନାରାୟଣ ସାଇଙ୍କ ବିରୋଧରେ ସୁରଟର ଦୁଇ ଭଉଣୀ ବଳାତ୍କାର ଅଭିଯୋଗ ଆଣିଥିଲେ।