ଆସନ୍ତା ୧ରୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହରେ ଜନସାଧାରଣଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ କିଛିଦିନ ହେବ ବନ୍ଦ ରହିଥିଲା। ଏହାସହ ଜିଲାପାଳମାନଙ୍କ ଅଭିଯୋଗ ପ୍ରକୋଷ୍ଠ ମଧ୍ୟ ବନ୍ଦ ରହିଥିଲା। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହଜନିତ ପରିସ୍ଥିତି ଦୂର ହୋଇଯାଇଥିବାରୁ ଜୁଲାଇ ୧ରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସମେତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ଏବଂ ଜିଲାସ୍ତରୀୟ ସମସ୍ତ ଅଭିଯୋଗ ପ୍ରକୋଷ୍ଠ ସ୍ବାଭାବିକ ଭାବରେ ହେବ। ପୂର୍ବଭଳି ପ୍ରତ୍ୟେକ ସୋମବାର ଦିନ କାର୍ଯ୍ୟ କରିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତ

Share