Categories: ରାଜ୍ୟ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ସମ୍ଭାବନା: ୭ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି
ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କୋରାପୁଟ, କନ୍ଧମାଳ, ବୌଦ୍ଧ ଓ କଳାହାଣ୍ଡି ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ଙ୍କୋନାଳରେ ବିଜୁଳି ଓ ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବା କାରଣରୁ ଏହି ୭ଟି ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

Share