ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫନ୍‌ ଦୁର୍ବଳ ହେବା ପରେ ରାଜ୍ୟରେ ଆରମ୍ଭ ହୋଇଯାଇଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଉପର ମୁହାଁ ହୋଇଛି। ସବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଉପରକୁ ଉଠି ଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ପାରଳାଖେମୁଣ୍ଡି ୪୨, ଭବାନୀପାଟଣା ୪୧.୫, ବଲାଙ୍ଗୀର ୪୦. ଟିଟିଲାଗଡ ୪୧.୫, ମାଲକାନଗିରି ୪୧.୫, ବୌଦ୍ଧ ୩୯, ହୀରାକୁଦ ୩୯.୩, ଝାରସୁଗୁଡା ୩୯.୬, ସମ୍ବଲପୁର ୩୯.୩ ଏବଂ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଶୁକ୍ରବାରଠାରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବ। ଉପକୂଳ ଓଡିଶାରେ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିବ। ଉପକୂଳ ଓଡିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଏବଂ ପଶ୍ଚିମ ଓଡିଶାରେ ୪୩ ଡିଗ୍ରୀ ଉପରକୁ ପାରଦ ଚାଲିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

Share