Categories: ଜାତୀୟ

ଇଣ୍ଡିଆ ଗେଟ୍‌ରେ ଧାରଣା ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୬।୧୨: ମହିଳାଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସୋମବାର ଅପରାହ୍ନରେ ଇଣ୍ଡିଆ ଗେଟ୍‌ରେ ଧାରଣା ଦେଇଛନ୍ତି। ଏଥିସହ ଜାମିଆରେ ହୋଇଥିବା ହିଂସା ମାମଲାରେ ମଧ୍ୟ ପ୍ରିୟଙ୍କା ଓ ତାଙ୍କ ସମର୍ଥକ ୨ଘଣ୍ଟା ପାଇଁ ଧରଣା ଦେଇଥିବା ଜଣାପଡ଼ିଛି। ଏହି ଧାରଣା ଅପରାହ୍ନ ୪ଟାରୁ ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଜାମିଆ ଛାତ୍ରଙ୍କ ପ୍ରଦର୍ଶନ ସମୟରେ କେତେକ ଛାତ୍ରୀ ଆହତ ହୋଇଥିଲେ। ଦିଲ୍ଲୀ ପୋଲିସ ସେମାନଙ୍କ ଉପରେ ଆକ୍ରମଣ କରିବା ସହ କ୍ୟାମ୍ପସରେ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିବା ନେଇ ଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏନେଇ କଂଗ୍ରେସ ମହାସଚିବ କହିଛନ୍ତି, ଏହି ଦେଶ କୌଣସି ଅସାମାଜିକ ବ୍ୟକ୍ତିଙ୍କ ଅଧିନରେ ନାହିଁ। ଏହାର ବାତାବରଣକୁ ଖରାପ୍‌ କରିବାକୁ ଚେଷ୍ଟା କରନାହିଁ ବୋଲି ପ୍ରିୟଙ୍କା କହିଛନ୍ତି।

Share