ଉତ୍କଳ ବିଶ୍ୱବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ଘଟଣା:ଆସିଷ୍ଟାଣ୍ଟ ପ୍ରଫେସର ନିଲମ୍ବିତ

ଭୁବନେଶ୍ୱର,୧୯ା୯(ଶର୍ମିଷ୍ଠା ପାଣିଗ୍ରାହୀ):ଉତ୍କଳ ବିଶ୍ୱବିଦ୍ୟାଳୟ ପିଜି ଅର୍ଥନୀତି ବିଭାଗର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଘଟଣାର ମାସକ ପରେ କାର୍ଯ୍ୟାନୁଷ୍ଠାନ ହୋଇଛି। ସମ୍ପୃକ୍ତ ଆସିଷ୍ଟାଣ୍ଟ ପ୍ରଫେସରଙ୍କୁ ବୁଧବାର ନିଲମ୍ବନ କରାଯାଇଛି। ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି)ର ସୁପାରିସ ଆଧାରରେ କୁଳପତି ଏହି ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିସହ କୁଳପତିଙ୍କ ବିନା ଅନୁମତିରେ ହେଡ୍‌କ୍ୱାର୍ଟର୍ସ ନ ଛାଡିବାକୁ କୁହାଯାଇଛି। ସେପଟେ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସ ମଧ୍ୟ ଘଟଣା ସମ୍ପର୍କିତ ତଥ୍ୟ ଓ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ମାଗିଛନ୍ତି। ଏହା ସମ୍ବେଦନଶୀଳ ଘଟଣା ହୋଇଥିବାରୁ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଘଟଣାକୁ ଅତି ଗୁରୁତ୍ୱପୂର୍ଣ୍ଣ ଭାବେ ବିଚାରକୁ ନେବାକୁ କୁଳାଧିପତିଙ୍କ ଓଏସ୍‌ଡି ଲେଖିଥିବା ଚିଠିରେ ଉଲ୍ଲେଖ କରାଯାଇଛି।
ଅଗଷ୍ଟ ୧୬ ତାରିଖ ଅପରାହ୍ନରେ ପିଜି ବିଭାଗର ଛାତ୍ରୀ ପ୍ରଫେସରଙ୍କ କ୍ୟାବିନକୁ ବହି ଆଣିବାକୁ ଯାଇଥିଲେ। ସେଠାରେ ପ୍ରଫେସର ତାଙ୍କୁ ଅସଦାଚରଣ କରିଥିଲେ। ଏହି ଘଟଣା ସମ୍ପର୍କରେ କାହାକୁ ନ କହିବାକୁ ମଧ୍ୟ ଧମକ ଦେଇଥିଲେ। ଏ ନେଇ ପୀଡ଼ିତା ଛାତ୍ରୀ ୧୮ ତାରିଖରେ ବିଶ୍ୱବିଦ୍ୟାଳୟ ସେକ୍ସୁଆଲ ହାରାସ୍‌ମେଣ୍ଟ ସେଲ୍‌ରେ ଅଭିଯୋଗ କରିବା ସହ କୁଳପତିଙ୍କୁ ଚିଠି ଲେଖି ଜଣାଇଥିଲେ। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନ ଥିଲା, ଯାହାକୁ ନେଇ ଅସନ୍ତୋଷ ବଢିଥିଲା। ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ସହ ମାନବାଧିକାର କର୍ମୀଙ୍କ ହସ୍ତକ୍ଷେପ ପରେ ବିଶ୍ୱବିଦ୍ୟାଳୟରେ ବାରମ୍ବାର ବୈଠକ ବସି ଘଟଣାର ଅନୁସନ୍ଧାନ କରାଯାଇଥିଲା। ପରେ ବିଶ୍ୱବିଦ୍ୟାଳୟ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ତନାଘନା ଆରମ୍ଭ କରିଥିଲା। ଏହି ସମ୍ବେଦନଶୀଳ ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥିଲେ ସୂଚନା ଅଧିକାର କର୍ମୀ ଜୟନ୍ତ ଦାସ। ପୀଡିତାଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବା ପାଇଁ ନିର୍ଦ୍ଦେଶ ଦେବାକୁ ସେ ତାଙ୍କ ପିଟିଶନରେ କମିଶନଙ୍କୁ ନିବେଦନ କରିଥିଲେ। ଏଥିସହ ରାଜ୍ୟପାଳଙ୍କୁ ଭେଟି ମଧ୍ୟ ଘଟଣା ସମ୍ପର୍କରେ ଜଣାଇବା ସହ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଜାଣିଶୁଣି ମାମଲା ଚପାଇଥିବା ଆବେଦନରେ ସେ ଉଲ୍ଲେଖ କରିଥିଲେ। ଉତ୍କଳ ବିଶ୍ୱବିଦ୍ୟାଳୟର ସମସ୍ତ ପ୍ରଫେସରଙ୍କ ଚ୍ୟାମ୍ବରରେ ସିସିଟିଭି ଲଗାଇବାକୁ ମଧ୍ୟ ଆବେଦନ କରିଥିଲେ। ଏ ସମ୍ପର୍କରେ କୁଳପତିଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ସେନା ଅଧିକାରୀ, ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ମାମଲା: ରିପୋର୍ଟ ମାଗିଲେ ଜାତୀୟ ମହିଳା କମିଶନ

ଭୁବନେଶ୍ୱର,୧୯।୯: ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁଭାନ୍ସ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri