ଉଦ୍ଧବଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଶୁକ୍ରବାର ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବାରୁ ଉଦ୍ଧବଙ୍କୁ ଶୁଭେଚ୍ଛା। ତାଙ୍କ ନେତୃତ୍ୱ ଏବଂ ସରକାରଙ୍କ କାର୍ଯ୍ୟ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବ ବୋଲି ଆଶା।

Share