Categories: ଜାତୀୟ

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିବା ସୂଚନା ରହିଛି। ଶିବସେନା, ଏନ୍‌ସିପି ଓ କଂଗ୍ରେସ ମେଣ୍ଟରେ ମହାରାଷ୍ଟ୍ରରେ ସରକାର ଗଠନ ହେବାକୁ ଯାଉଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବକୁ ଅନ୍ୟମାନଙ୍କ ମଧ୍ୟରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଦିଙ୍କୁ ମଧ୍ୟ ନିମନ୍ତ୍ରଣ ମିଳିଛି।

Share