ଉଦ୍ଧାର ହେଲା ଏଭେରେଷ୍ଟ ବିଜୟିନୀ କଳ୍ପନାଙ୍କ ମରଶରୀର, ଓଡ଼ିଶା ଅଣାଯିବା ପ୍ରକ୍ରିୟା ତ୍ୱରାନ୍ବିତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟର ପ୍ରଥମ ମହିଳା ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସଙ୍କ ମରଶରୀର ମଙ୍ଗଳବାର ଉଦ୍ଧାର କରାଯାଇଛି। ମୃତଦେହକୁ ବେସ୍‌ କ୍ୟାମ୍ପ-୪କୁ ଅଣାଯାଇଛି। ବେସ୍‌ କ୍ୟାମ୍ପରୁ ଏହାକୁ କାଠମାଣ୍ଡୁ ଓ ପରେ ଭୁବନେଶ୍ୱର ଅଣାଯିବା ନେଇ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏ ନେଇ ନେପାଳ ଦୂତାବାସ ସହ ମିଶି ରାଜ୍ୟ ସରକାର କାମ କରୁଥିବା ବେଳେ ତାଙ୍କ ମରଶରୀରକୁ ଖୁବ୍‌ଶୀଘ୍ର ଓଡ଼ିଶା ଅଣାଯିବ ବୋଲି ରାଜ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ଦ୍ୱିତୀୟ ଥର ଲାଗି କଳ୍ପନା ‘ତିନି ମହିଳା ଅଭିଯାତ୍ରୀ’ ଦଳର ସଦସ୍ୟ ଭାବେ ଏଭେରେଷ୍ଟ ଆରୋହଣ କରୁଥିଲେ। ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ସେ ଅସୁସ୍ଥ ହୋଇ ଏଭେରେଷ୍ଟର ବାଲ୍‌କୋନୀ ଏରିୟାରେ ପ୍ରାଣ ହରାଇଥିଲେ। ତାଙ୍କ ମୃତ୍ୟୁ ସମଗ୍ର ରାଜ୍ୟ ଓ ଦେଶକୁ ସ୍ତବ୍ଧ କରିଦେଇଥିଲା। ୨୦୦୮ରେ କଳ୍ପନା ଆମେରିକା, କାନାଡ଼ା ଓ ନେପାଳର ପର୍ବତାରୋହୀଙ୍କ ଦଳରେ ସାମିଲ ହୋଇ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ରାଜ୍ୟ ପାଇଁ ଗୌରବ ଆଣିଦେଇଥିଲେ।

Share