Categories: ଜାତୀୟ

ଉନ୍ନାଓ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବି ଗମ୍ଭୀର, ଓକିଲ କୋମାରେ

ନୂଆଦିଲ୍ଲୀ,୭।୮: ଦିଲ୍ଲୀ ଏମ୍ସରେ ଜୀବନ ସହ ସଂଘର୍ଷ କରୁଛନ୍ତି ଉନ୍ନାଓ ବଳାତ୍କାର ପୀଡ଼ିତା। ଏବେ ବି ତାଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି ବୋଲି ଦିଲ୍ଲୀ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ମେଡିକାଲ ବୁଲେଟିନ୍‌ ଜାରି କରାଯାଇଛି। ପୀଡ଼ିତାଙ୍କ ରକ୍ତଚାପ ମଧ୍ୟ ଅନିୟନ୍ତ୍ରିତ ହୋଇଯାଇଛି। ଏବେ ତାଙ୍କ ଭେଣ୍ଟିଲେଟରରେ ରଖାଯାଇଛି। ତାଙ୍କ ରକ୍ତଚାପ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରାଯାଉଛି ବୋଲି ଏମ୍ସ ଡାକ୍ତରଙ୍କ ପକ୍ଷରୁ କୁହାଯାଇଛି। ସେହିପରି ଦୁର୍ଘଟଣାରେ ଆହତ ହୋଇଥିବା ଓକିଲଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି। ସେ କୋମାରେ ଅଛନ୍ତି ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୨୮ ତାରିଖରେ ଉନ୍ନାଓ ପୀଡ଼ିତା ତାଙ୍କ ଖୁଡୀ ଏବଂ ଓକିଲଙ୍କ ସହିତ ରାଏବରେଲୀ ଯାଉଥିବାବେଳେ ଏକ ଟ୍ରକ ତାଙ୍କ କାରକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ପୀଡ଼ିତାଙ୍କ ଖୁଡୀଙ୍କ ମୃତ୍ୟୁ ଘଟିଥିବାବେଳେ ସେ ଓ ତାଙ୍କ ଓକିଲ ଗୁରୁତର ଆହତ ହୋଇଥିଲେ।

Share