Categories: ରାଜ୍ୟ

ଉପକୂଳ, ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୯ା୪(ବ୍ୟୁରୋ)
ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣ ଛତିଶଗଡ଼ରୁ ଦକ୍ଷିଣ ତାମିଲନାଡୁ ପର୍ଯ୍ୟନ୍ତ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, କନ୍ଧମାଳ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋୱାର୍ନିଂ ଜାରି କରାଯାଇଛି। ୩୦ ତାରିଖ ଯାଏ କେତେକ ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିଯୋଗୁ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ୪୮ ଘଣ୍ଟା ମଧ୍ୟରେ ଯଶୀପୁରରେ ସର୍ବାଧିକ ୯ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ବାସୁଦେବପୁର ୫, ବାରକୋଟ ୫, ଦଶପଲ୍ଲା ୪, ଖୋର୍ଦ୍ଧା ୩, ସୋର ୩, ପଟାଙ୍ଗୀ ୩, ବାଙ୍ଗିରିପୋଷି ୩ ଏବଂ ଖପ୍ରାଖୋଲରେ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Share