ଉଫୁଲା ମଣ୍ଡିରେ ପଡ଼ି ରହିଛି ଧାନ: ପ୍ରତିବାଦରେ ବୀରମହାରାଜପୁର-ସୋନପୁର ରାସ୍ତା ଅବରୋଧ କଲେ ଚାଷୀ

ଅମରପାଲି,୩୧।୧(ଡି.ଏନ୍‌.ଏ.): ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉଫୁଲା ମଣ୍ଡିରୁ ଧାନ ଉଠୁ ନ ଥିବା ପ୍ରତିବାଦରେ ଚାଷୀମାନେ ଶୁକ୍ରବାର ଧାରଣାକୁ ଓହ୍ଲାଇଛନ୍ତି। ସେମାନେ ବୀରମହାରାଜପୁର-ସୋନପୁର ମୁଖ୍ୟରାସ୍ତାର ଉଫୁଲାଠାରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି। ଖବରପାଇ ବୀରମହାରାଜପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କୁ ବୁଝାଶୁଝା କରୁଥିଲେ ମଧ୍ୟ ଖବର ଲେଖାଯିବା ପର୍ଯ୍ୟନ୍ତ ପରିସ୍ଥିତି ସ୍ବାଭାବିକ ହୋଇପାରିନାହିଁ। ରାସ୍ତାର ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଅଟକି ରହିବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।

Share