Posted inଖେଳ

ଏଏଆଇକୁ ବିଶ୍ୱ ତୀରନ୍ଦାଜୀର ଅନ୍ତିମ ଚେତାବନୀ

କୋଲକାତା,୧୯।୬- ଅନ୍ତର୍ଜାତୀୟ ତୀରନ୍ଦାଜୀ ସଂସ୍ଥା ଆର୍ଚେରୀ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏଏଆଇ)କୁ ସଦସ୍ୟ ତାଲିକାରୁ ବାଦ୍‌ ଦେଇଛିି। ଗୋଟିଏ ମାସ ମଧ୍ୟରେ ନିର୍ବାଚନ ପ୍ରକ୍ରିୟା କରାଯାଉ ନ ହେଲେ ବାସନ୍ଦ ହେବା ପାଇଁ ପ୍ରସ୍ତୁତ ରୁହ। ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଅପେକ୍ଷା କରାଯିବ ବୋଲି ଓ୍ବାଲ୍ଡ ଆର୍ଚେରୀ (ଡବ୍ଲ୍ୟୁଏ) ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ଏଏଆଇର ବିବାଦୀୟ ନିର୍ବାଚନ ମାମଲା ସୁପ୍ରିମକୋର୍ଟରେ ଶୁଣାଣି ଅପେକ୍ଷାରେ ରହିଛି। ଡବ୍ଲ୍ୟୁଏ ସଦସ୍ୟ ତାଲିକାରୁ ବାଦ୍‌ ପଡ଼ିଥିଲେ ମଧ୍ୟ ଭାରତୀୟ ତୀରନ୍ଦାଜ ଅନ୍ତର୍ଜାତୀୟ ଇଭେଣ୍ଟରେ ଅଂଶଗ୍ରହଣ କରିପାରିବେ। ଏଏଆଇ ବିଶ୍ୱ ଆର୍ଚେରି ସମ୍ବିଧାନର ୧.୪.୨.୪. ଓ ୧.୪.୨.୫.୧. ଧାର ଭାଙ୍ଗିଥିବାର ଯଥେଷ୍ଟ ପ୍ରମାଣ ମିଳିଛି। ଏଣୁ ଡବ୍ଲ୍ୟୁଏ କାର୍ଯ୍ୟକାରୀ ବୋର୍ଡ ସଦସ୍ୟ ପଦରେ ଏଏଆଇକୁ ବାଦ୍‌ ଦେବାକୁ ନିଷ୍ପତ୍ତି ନେଇଛି ବୋଲି ଦୁଇ ଫର୍ଦ୍ଧ ବିଶିଷ୍ଟ ନିଷ୍ପତ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri