ଏଟିଏମ ଭାଙ୍ଗି ଲୁଟ ଉଦ୍ୟମ

ଭଦ୍ରକ ଅଫିସ,୨୬।୧୦: ଭଦ୍ରକ ଗ୍ରାମାଞ୍ଚଳ ଥାନା ବଜାର ଅଧିନସ୍ତ ବଜାର ରାନ୍ଦିଆ ବଜାରରେ ଥିବା ଏସବିଆଇ ଏଟିଏମରୁ ଲୁଟ ଉଦ୍ୟମ। କେହି ଦୁର୍ବୃତ୍ତ ଏଟିଏମ୍‌ର ସମ୍ମୁଖ କବାଟକୁ ଭାଙ୍ଗି ଦେଇଥିବା ଦେଖିବାକୁ ମିଳିଛି। ଶନିବାର ସକାଳେ ଏଟିଏମ୍‌ ଭାଙ୍ଗିବା ଦେଖି ସ୍ଥାନୀୟ ଲୋକେ ଶଟର ପକାଇ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ଓ ବ୍ୟାଙ୍କ କର୍ତ୍ତୃପକ୍ଷ ପହଞ୍ଚିଛନ୍ତି। ତେବେ ଫରେନ୍‌ସିକ ଟିମ୍‌ ପହଞ୍ଚିବା ପରେ ଲୁଟର ସ୍ପଷ୍ଟ ଚିତ୍ର ପଦାକୁ ଆସିବ ବୋଲି ପୋଲିସ ଅଧିକାରୀ କହିଛନ୍ତି।

Share