ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଏଣିକି ସ୍ବାଧୀନତା ସଂଗ୍ରାମୀମାନଙ୍କୁ ‘ମାନ୍ୟବର’ ସମ୍ବୋଧନ କରାଯିବ। ସ୍ବାଧୀନତା ସଂଗ୍ରାମରେ ସେମାନଙ୍କ ମହନୀୟ ଅବଦାନକୁ ସମ୍ମାନ ଜଣାଇ ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀମାନଙ୍କୁ ସଭାସମିତିରେ ସମ୍ବୋଧନ କରିବା ସମୟରେ ‘ମାନ୍ୟବର’ ଭାବେ ସମ୍ବୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଫଳରେ ଉଚ୍ଚ ସାମ୍ବିଧାନିକ ପଦବୀରେ ଥିବା ବ୍ୟକ୍ତିବିଶେଷ ଓ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ହିଁ କେବଳ ଏଭଳି ସମ୍ବୋଧନ କରାଯିବ।

Share