Posted inରାଜ୍ୟ

ଏଥର ସ୍ବାଭାବିକ ମୌସୁମୀ ବର୍ଷା

ଭୁବନେଶ୍ୱର, ୨ା୬(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଶନିବାର ୧୦ଟି ସହରର ପାରଦ ୪୦ ଡିଗ୍ରୀ ଟପିଥିଲା। ୪୨.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା। ଏହାଛଡ଼ା ଅନୁଗୋଳ ୪୨.୧, ସମ୍ବଲପୁର ୪୨, ହୀରାକୁଦ ୪୧.୬, ତାଳଚେର ୪୦.୫, ସୋନପୁର ୪୦.୨, ସୁନ୍ଦରଗଡ଼, ଭବାନୀପାଟଣା, ବଲାଙ୍ଗୀର ଓ ଟିଟିଲାଗଡ଼ରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଉପକୂଳ ଓଡ଼ିଶାରେ ତାତି କମିଥିବାବେଳେ ପଶ୍ଚିମ ଓଡ଼ିଶାରେ ଅସହ୍ୟ ପରିସ୍ଥିତି ଲାଗି ରହିଛି। ତେବେ ଦ୍ୱୈତ ନଗରୀରେ ତାପମାତ୍ରାର ହ୍ରାସ ପାଇଛି। ଭୁବନେଶ୍ୱରରେ ସର୍ବାଧିକ ୩୫.୬ ଡିଗ୍ରୀ ଓ କଟକରେ ତାପମାତ୍ରା ୩୬ଡିଗ୍ରୀ ରହିଥିଲା। ଆସନ୍ତା ୨ରୁ ୩ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅସହ୍ୟ ଗରମରେ ରାଜ୍ୟବାସୀ ଛଟପଟ ହେଉଥିବାବେଳେ ବିଳମ୍ବିତ ହେଉଛି ମୌସୁମୀ। ଆସନ୍ତା ୬ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। କେରଳ ଛୁଇଁବାର ଏକ ସପ୍ତାହ କିମ୍ବା ତା’ଠାରୁ କମ୍‌ ସମୟ ମଧ୍ୟରେ ମୌସୁମୀ ଓଡ଼ିଶାରେ ପହଞ୍ଚତ୍ୟାଇପାରେ। ତେବେ ଏଥର ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରବିବାର ପଶ୍ଚିମ ଓଡ଼ିଶା, ଉତ୍ତର ଓଡ଼ିଶା ଏବଂ କେନ୍ଦୁଝର, ମୟୂରଭଞ୍ଜ ଓ ରାଜ୍ୟର ଅନ୍ୟ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ ୩୦ରୁ ୪୦କିଲୋମିଟର ବେଗରେ ପବନ ବହିବା ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର,୨୦ା୯: ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ ଘରେ...

ମଙ୍କିପକ୍ସ ମୁକାବିଲା ପାଇଁ ସର୍ଭେଲାନ୍ସ ବଢ଼ାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୦ା୯ (ବନ୍ଦନା ସେଠୀ):ଭାରତରେ ଦ୍ୱିତୀୟ ମଙ୍କିପକ୍ସ ରୋଗୀ ଚିହ୍ନଟ ହେବାପରେ ଏହାକୁ ଗୁରୁତ୍ୱର ସହ ନେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ସମ୍ଭାବ୍ୟ ମଙ୍କିପକ୍ସ ସଂକ୍ରମଣର ମୁକାବିଲା...

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ କେମିତି କରିବେ ପଞ୍ଜୀକରଣ

ଭୁବନେଶ୍ୱର,୨୦।୯(ଅନିଲ ଦାସ):ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ...

ସାହାରା ଜମାକାରୀଙ୍କ ପାଇଁ ଖୁସିଖବର: ଫେରସ୍ତ ରାଶି ସୀମା ୫୦ହଜାରକୁ ବୃଦ୍ଧି

ଭୁବନେଶ୍ୱର,୨୦ା୯(ଅନୁରାଧା ମହାରଣା):ସରକାର ସାହାରା ଗ୍ରୁପ୍‌ ସମବାୟ ସମିତିର କ୍ଷୁଦ୍ର ଜମାକାରୀଙ୍କୁ ଫେରସ୍ତ କରାଯିବାକୁ ଥିବା ଅର୍ଥ ରାଶିର ସୀମା ୧୦ହଜାର ଟଙ୍କାରୁ ୫୦ହଜାର ଟଙ୍କାକୁ ବୃଦ୍ଧି...

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri