ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଗେଷ୍ଟ ହାଉସ୍‌ରେ ଡିଏଫ୍‌ଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ପାରଳାଖେମୁଣ୍ଡି,୨୧ା୮: ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଶନିବାର ଗଜପତି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ କ୍ରାଇମବ୍ରାଞ୍ଚ ପଚରାଉଚରା କରିଛି। ପାରଳାଖେମୁଣ୍ଡି ପୋଲିସ ଗେଷ୍ଟ ହାଉସ୍‌ରେ ୪ ଜଣିଆ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ପଚରାଉଚରା ଜାରି ରଖିଛି। ତେବେ ଗୁରୁବାର ଡିଏଫ୍‌ଓଙ୍କ ଏକ ଭାଇରାଲ ଭିଡିଓ ସାମ୍ନାକୁ ଆସିଥିଲା, ଯେଉଁଥିରେ ଡିଏଫ୍‌ଓ ସୌମ୍ୟଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ରେକର୍ଡ ସମୟରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା। ତେବେ ଏଠାରେ ପ୍ରଶ୍ନ ଉଠୁଛି, ସୌମ୍ୟଙ୍କ ଜମାନବନ୍ଦୀ ରେକର୍ଡ ବେଳେ ସେଠାରେ ଡିଏଫ୍‌ଓ କ’ଣ କରୁଥିଲେ।