ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଆସିବାରୁ ଉକ୍ତ ହସ୍ପିଟାଲ ପକ୍ଷରୁ ତାଙ୍କୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଏସ୍‌ସିବିରେ ୧୦ ଜଣ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିବା ଜଣାପଡିଛି।

Share