ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି: ଯାଜପୁରରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ପଶ୍ଚିମବଙ୍ଗରୁ ଫେରିଥିଲେ

ଭୁବନେଶ୍ୱର, ୨୨।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ବ୍ୟକ୍ତିଜଣଙ୍କ ଯାଜପୁରର ୩୮ବର୍ଷୀୟ ଯୁବକ। ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଛନ୍ତି। ତେବେ ଏହାକୁ ମିଶାଇ ବୁଧବାର ୪ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ପ୍ରସାରଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି।

ପ୍ରକାଶ ଥାଉ କି, ଅପରାହ୍ନରେ ଭୁବନେଶ୍ୱରର ଦୁଇଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।

Share