ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିପାରେ। ଏହି ସମୟରେ ପୂର୍ବକେନ୍ଦ୍ରୀୟ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦେଇଛି। ଚଳିତବର୍ଷ ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ହେବ। ବର୍ଷାର ପରିମାଣ ୧୦୩ ପ୍ରତିଶତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

Share