ଓଡ଼ିଶା ପାଇଁ ଖୁସି ଖବର: ଗଡ଼ିବ ଆଉ ୩ଟି ’ବନ୍ଦେ ଭାରତ’, ବ୍ରହ୍ମପୁର ଗସ୍ତରେ…

ଭୁବନେଶ୍ୱର,୧୫।୯: ଓଡ଼ିଶାକୁ ଆଜି ମିଳିବ ଦୁଇଟି ‘ବନ୍ଦେ ଭାରତ’। ଏଥିପାଇଁ ବ୍ରହ୍ମପୁର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କରିବେ ମୋହନ ମାଝି। ଭର୍ଚ୍ଚୁଆଲ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ବ୍ରହ୍ମପୁର-ଟାଟାନଗର, ହାୱାଡ଼ା-ରାଉରକେଲାକୁ ଗଡ଼ିବ ବନ୍ଦେ ଭାରତ।
ଅନ୍ୟପକ୍ଷେ ସୋମବାର ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଗଡ଼ିବ ।

ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼, ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼, ନୟାଗଡ଼, ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ। ଏହାର ଶୁଭାରମ୍ଭ ବେଳେ ବ୍ରହ୍ମପୁର ରେଳ ଷ୍ଟେଶନରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ରାଉରକେଲା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ ରାଉରକେଲାରୁ ହାୱଡ଼ା ଭିତରେ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡ଼ଗପୁରରେ ଅଟକିବ ବୋଲି ସୂଚନା ମିଳିଛି। ସୋମବାର ଶୁଭାରମ୍ଭ ହେବାକୁ ଥିବା ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ୍ ଓଡ଼ିଶାର ଖରିଆର ରୋଡ, କଣ୍ଟାବାଞ୍ଜି, ଟିଟିଲାଗଡ଼, କେସିଙ୍ଗା, ରାୟଗଡ଼ାରେ ରହଣି କରି ବିଶାଖାପାଟଣାରେ ପହଞ୍ଚିବ। ପୂର୍ବରୁ ଓଡ଼ିଶା ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଝାଡ଼ାବାନ୍ତିରେ ୩ ମୃତ, ୩୦ରୁ ଊର୍ଦ୍ଧ୍ୱ ହସ୍ପିଟାଲରେ ଭର୍ତ୍ତି 

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଗୁଡ଼ିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ଝାଡ଼ାବାନ୍ତି ଜନିତ ରୋଗରେ ୩ ଜଣଙ୍କର ମୃତ୍ୟୁ...

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri