ଓଡ଼ିଶା ଫେରିବ ବିଜୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଓଡ଼ିଶା ଫେରିବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ। ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟକୁ ଚିଠି କରାଯିବ। ଲୋକ ସେବା ଭବନରେ ବସିଥିବା ବୈଠକରେ ଅନୁମୋଦନ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଥିବା ପରିବହନ ବିଭାଗର ସ୍ବତନ୍ତ୍ର ସଚିବ ମନୋଜ ମିଶ୍ର ସୂଚନା ଦେଇଛନ୍ତି। ତେବେ ଓଡ଼ିଶା ଆସିବା ପରେ ଡାକୋଟାକୁ କେଉଁଠି ରଖାଯିବ ପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।

Share